1. {ଜଣେ ନିରୀହ ଲୋକର ପ୍ରାର୍ଥନା} PS ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର;
ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। |
3. ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ;
ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। |
6. ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
|
7. ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
|
11. ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥା’ନ୍ତି।
|
13. ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;
|
14. ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର;
ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି। |