ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଜଣେ ନିରୀହ ଲୋକର ପ୍ରାର୍ଥନା} [PS] ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; [QBR] ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। [QBR]
2. ତୁମ୍ଭ ଛାମୁରୁ ମୋ’ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ। [QBR]
3. ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; [QBR] ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; [QBR] ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। [QBR]
4. ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି। [QBR]
5. ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ। [QBR]
6. ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ। [QBR]
7. ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍‍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। [QBR]
8. ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, [QBR]
9. ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। [QBR]
10. ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। [QBR]
11. ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି। [QBR]
12. ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। [QBR]
13. ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର; [QBR]
14. ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; [QBR] ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି। [QBR]
15. ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 150
ଗୀତସଂହିତା 17:161
ଜଣେ ନିରୀହ ଲୋକର ପ୍ରାର୍ଥନା 1 ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। 2 ତୁମ୍ଭ ଛାମୁରୁ ମୋ’ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ। 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। 4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି। 5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ। 6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ। 7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍‍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ, 9 ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ। 10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି। 11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି। 12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। 13 ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର; 14 ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି। 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 150
Common Bible Languages
West Indian Languages
×

Alert

×

oriya Letters Keypad References