2. ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି;
ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। |
6. ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି,
ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା। |
7. ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା,
ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା। |
8. ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
|
10. ପୁଣି, ସେ କିରୂବ * କିରୂବ ଏଗୁଡିକ ପକ୍ଷଥିବା ପ୍ରାଣୀ ଯେଉଁମାନେ ସ୍ବର୍ଗରେ ସଦାପ୍ରଭୁଙ୍କ ସିଂହାସନକୁ ପ୍ରହରୀ କରନ୍ତି। ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
|
11. ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
|
13. ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ। † ଏବ୍ରୀ ଭାଷାରେ ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ଅଛି କିନ୍ତୁ ଗ୍ରୀକ ଅନୁବାଦରେ ନାହିଁ।
|
14. ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
|
15. ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ
ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା। |
17. ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
|
35. ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
|
37. ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
|
39. କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
|
40. ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।
|
41. ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା,
ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ। |
42. ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
|
43. ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
|
48. ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
|
49. ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
|
50. ସେ ଆପଣା ରାଜାକୁ ମହାପରିତ୍ରାଣ ‡ ମହାପରିତ୍ରାଣ ଅର୍ଥାତ୍ ମହାବିଜୟ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି। PE
|