1. {#1ଦାଉଦଙ୍କ ବିଜୟ ସଂଗୀତ }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, *[PE][QS]ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। [QE]
2. [QS]ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; [QE][QS]ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। [QE]
3. [QS]ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି। [QE]
4. [QS]ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା। [QE]
5. [QS]ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା। [QE]
6. [QS]ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, [QE][QS]ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା। [QE]
7. [QS]ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, [QE][QS]ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ [QE][QS]ତାହାଙ୍କ କୋପ ସକାଶୁ ଟଳଟଳ ହେଲା। [QE]
8. [QS]ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। [QE]
9. [QS]ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା। [QE]
10. [QS]ପୁଣି, ସେ କିରୂବ[* କିରୂବ ଏଗୁଡିକ ପକ୍ଷଥିବା ପ୍ରାଣୀ ଯେଉଁମାନେ ସ୍ବର୍ଗରେ ସଦାପ୍ରଭୁଙ୍କ ସିଂହାସନକୁ ପ୍ରହରୀ କରନ୍ତି। ] ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ। [QE]
11. [QS]ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ। [QE]
12. [QS]ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା। [QE]
13. [QS]ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।[† ଏବ୍ରୀ ଭାଷାରେ ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ଅଛି କିନ୍ତୁ ଗ୍ରୀକ ଅନୁବାଦରେ ନାହିଁ। ] [QE]
14. [QS]ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ। [QE]
15. [QS]ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ [QE][QS]ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା। [QE]
16. [QS]ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ, [QE]
17. [QS]ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ। [QE]
18. [QS]ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। [QE]
19. [QS]ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ। [QE]
20. [QS]ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। [QE]
21. [QS]କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ। [QE]
22. [QS]ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। [QE]
23. [QS]ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି। [QE]
24. [QS]ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି। [QE]
25. [QS]ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; [QE][QS]ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ; [QE]
26. [QS]ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; [QE]
27. [QS]କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ। [QE]
28. [QS]ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ। [QE]
29. [QS]କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ। [QE]
30. [QS]ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; [QE][QS]ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ। [QE]
31. [QS]କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ? [QE]
32. [QS]ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି। [QE]
33. [QS]ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋ’ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି। [QE]
34. [QS]ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ। [QE]
35. [QS]ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି। [QE]
36. [QS]ତୁମ୍ଭେ ମୋ’ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋ’ ପାଦ ଖସି ଯାଇ ନାହିଁ। [QE]
37. [QS]ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ। [QE]
38. [QS]ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋ’ ପଦ ତଳେ ପତିତ ହେବେ। [QE]
39. [QS]କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ। [QE]
40. [QS]ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। [QE]
41. [QS]ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, [QE][QS]ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ। [QE]
42. [QS]ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି। [QE]
43. [QS]ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। [QE]
44. [QS]ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। [QE]
45. [QS]ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ। [QE]
46. [QS]ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। [QE]
47. [QS]ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି। [QE]
48. [QS]ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। [QE]
49. [QS]ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। [QE]
50. [QS]ସେ ଆପଣା ରାଜାକୁ ମହାପରିତ୍ରାଣ[‡ ମହାପରିତ୍ରାଣ ଅର୍ଥାତ୍ ମହାବିଜୟ ] ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି। [QE]