ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; *[PE][QS]ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। *[PE][QS]ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ [QE][QS]ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। [QE]
3. [QS]କୌଣସି ବାକ୍ୟ କି ଭାଷା ନ ଥାଏ; [QE][QS]ସେମାନଙ୍କ ରବ ଶୁଣାଯାଇ ନ ପାରେ। [QE]
4. [QS]ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ [QE][QS]ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। [QE][QS]ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, [QE]
5. [QS]ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ [QE][QS]ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। [QE]
6. [QS]ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ [QE][QS]ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; [QE][QS]ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। [QE]
7. {#1ସଦାପ୍ରଭୁଙ୍କ ବ୍ୟବସ୍ଥା } [QS]ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; [QE][QS]ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ [QE]
8. [QS]ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; [QE][QS]ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। [QE]
9. [QS]ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। [QE][QS]ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। [QE]
10. [QS]ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; [QE][QS]ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। [QE]
11. [QS]ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; [QE][QS]ତହିଁର ପ୍ରତିପାଳନରେ ମହାଫଳ ଥାଏ। [QE]
12. [QS]ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? [QE][QS]ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। [QE]
13. [QS]ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; [QE][QS]ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; [QE][QS]ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। [QE]
14. [QS]ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, [QE][QS]ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ [QE][QS]ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; *ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। *ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, 5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। 6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। ସଦାପ୍ରଭୁଙ୍କ ବ୍ୟବସ୍ଥା 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। 13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। 14 ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
×

Alert

×

Oriya Letters Keypad References