ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା} [PS] ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; [QBR] ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। [QBR]
2. ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ [QBR] ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। [QBR]
3. କୌଣସି ବାକ୍ୟ କି ଭାଷା ନ ଥାଏ; [QBR] ସେମାନଙ୍କ ରବ ଶୁଣାଯାଇ ନ ପାରେ। [QBR]
4. ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ [QBR] ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। [QBR] ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, [QBR]
5. ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ [QBR] ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। [QBR]
6. ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ [QBR] ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; [QBR] ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
7. {ସଦାପ୍ରଭୁଙ୍କ ବ୍ୟବସ୍ଥା} [PS] ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; [QBR] ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ [QBR]
8. ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; [QBR] ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। [QBR]
9. ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। [QBR] ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। [QBR]
10. ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; [QBR] ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। [QBR]
11. ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; [QBR] ତହିଁର ପ୍ରତିପାଳନରେ ମହାଫଳ ଥାଏ। [QBR]
12. ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? [QBR] ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। [QBR]
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; [QBR] ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; [QBR] ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। [QBR]
14. ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, [QBR] ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ [QBR] ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
ଗୀତସଂହିତା 19:146
ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା 1 ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, 5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। 6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। ସଦାପ୍ରଭୁଙ୍କ ବ୍ୟବସ୍ଥା 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। 13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। 14 ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
Common Bible Languages
West Indian Languages
×

Alert

×

oriya Letters Keypad References