1. {ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା} PS ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ;
ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। |
4. ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ
ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, |
6. ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ
ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। |
7. {ସଦାପ୍ରଭୁଙ୍କ ବ୍ୟବସ୍ଥା} PS ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;
ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ |
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ;
ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। |
14. ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା,
ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ। PE |