1. {ସଦାପ୍ରଭୁଙ୍କ ମନୋନୀତ ରାଜା} PS ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;
ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? |
2. ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ
ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, |
7. ମୁଁ ସେହି ବିଧାନ ପ୍ରଚାର କରିବି;
ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। |
8. ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର
ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। |
10. ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ
ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। |
12. ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,
କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ। PE |