ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ମନୋନୀତ ରାଜା} [PS] ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; [QBR] ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? [QBR]
2. ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ [QBR] ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, [QBR]
3. ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ [QBR] ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ। [QBR]
4. ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; [QBR] ପ୍ରଭୁ ସେମାନଙ୍କୁ ପରିହାସ କରିବେ। [QBR]
5. ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ [QBR] ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; [QBR]
6. ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ [QBR] ସିୟୋନରେ ସ୍ଥାପନ କରିଅଛି। [QBR]
7. ମୁଁ ସେହି ବିଧାନ ପ୍ରଚାର କରିବି; [QBR] ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; [QBR] ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। [QBR]
8. ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର [QBR] ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର [QBR] ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। [QBR]
9. ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; [QBR] ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” [QBR]
10. ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ [QBR] ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। [QBR]
11. ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର। [QBR]
12. ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, [QBR] କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। [QBR] ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
ଗୀତସଂହିତା 2:49
ସଦାପ୍ରଭୁଙ୍କ ମନୋନୀତ ରାଜା 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, 3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ। 4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ। 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି। 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। 9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର। 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
Common Bible Languages
West Indian Languages
×

Alert

×

oriya Letters Keypad References