ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁଙ୍କ ମନୋନୀତ ରାଜା } [QS]ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; [QE][QS]ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? [QE]
2. [QS]ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ [QE][QS]ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, [QE]
3. [QS]ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ [QE][QS]ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ। [QE]
4. [QS]ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; [QE][QS]ପ୍ରଭୁ ସେମାନଙ୍କୁ ପରିହାସ କରିବେ। [QE]
5. [QS]ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ [QE][QS]ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; [QE]
6. [QS]ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ [QE][QS]ସିୟୋନରେ ସ୍ଥାପନ କରିଅଛି। [QE]
7. [QS]ମୁଁ ସେହି ବିଧାନ ପ୍ରଚାର କରିବି; [QE][QS]ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; [QE][QS]ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। [QE]
8. [QS]ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର [QE][QS]ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର [QE][QS]ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। [QE]
9. [QS]ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; [QE][QS]ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” [QE]
10. [QS]ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ [QE][QS]ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। [QE]
11. [QS]ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର। [QE]
12. [QS]ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, [QE][QS]କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। [QE][QS]ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
ସଦାପ୍ରଭୁଙ୍କ ମନୋନୀତ ରାଜା 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ? 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, 3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ। 4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ। 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି। 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। 9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର। 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 150
×

Alert

×

Oriya Letters Keypad References