1. {ଜୟ ଗାନ} PS ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ
ତୁମ୍ଭ ପରିତ୍ରାଣରେ * ପରିତ୍ରାଣରେ ଅର୍ଥାତ୍ ଜୟରେ ସେ କେଡ଼େ ମହାନନ୍ଦ କରିବେ ! |
3. କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ;
ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ। |
4. ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ,
ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। |
6. କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ;
ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ। |
7. କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି,
ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ। |
9. ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ।
ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। |
11. କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ;
ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ। |