1. {#1ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? *[PE][QS]ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? [QE]
2. [QS]ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, [QE][QS]ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। [QE]
3. [QS]ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, [QE][QS]ତୁମ୍ଭେ ପବିତ୍ର ଅଟ। [QE]
4. [QS]ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; [QE][QS]ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। [QE]
5. [QS]ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; [QE][QS]ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। [QE]
6. [QS]ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; [QE][QS]ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। [QE]
7. [QS]ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; [QE][QS]ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, [QE]
8. [QS]“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; [QE][QS]ସେ ତାହାକୁ ଉଦ୍ଧାର କରନ୍ତୁ; [QE][QS]ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” [QE]
9. [QS]ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; [QE][QS]ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। [QE]
10. [QS]ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; [QE][QS]ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। [QE]
11. [QS]ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; [QE][QS]ସାହାଯ୍ୟକାରୀ କେହି ନାହିଁ। [QE]
12. [QS]ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; [QE][QS]ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। [QE]
13. [QS]ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ [QE][QS]ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। [QE]
14. [QS]ମୁଁ ଜଳ ପରି ଢଳା ହେଉଅଛି ଓ [QE][QS]ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। [QE][QS]ମୋହର ହୃଦୟ ମହମ ପରି ହୋଇଅଛି; [QE][QS]ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। [QE]
15. [QS]ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; [QE][QS]ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, [QE][QS]ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। [QE]
16. [QS]କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; [QE][QS]ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; [QE][QS]ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। [QE]
17. [QS]ମୁଁ ଆପଣା ଅସ୍ଥିସବୁ ଗଣିପାରେ; [QE][QS]ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। [QE]
18. [QS]ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି [QE][QS]ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। [QE]
19. [QS]ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; [QE][QS]ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। [QE]
20. [QS]ଖଡ୍ଗରୁ ମୋ’ ପ୍ରାଣକୁ ଓ [QE][QS]କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। [QE]
21. [QS]ସିଂହର ମୁଖରୁ ମୋତେ ନିସ୍ତାର କର; [QE][QS]ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। [QE]
22. [QS]ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; [QE][QS]ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। [QE]
23. [QS]ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; [QE][QS]ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; [QE][QS]ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। [QE]
24. [QS]କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। [QE][QS]କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; [QE][QS]ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। [QE]
25. [QS]ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; [QE][QS]ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। [QE]
26. [QS]ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; [QE][QS]ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; [QE][QS]ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। [QE]
27. [QS]ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; [QE][QS]ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ[* ତୁମ୍ଭ କିମ୍ବା ତାହାଙ୍କ ] ସମ୍ମୁଖରେ ପ୍ରଣାମ କରିବେ। [QE]
28. [QS]କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; [QE][QS]ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। [QE]
29. [QS]ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; [QE][QS]ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, [QE][QS]ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। [QE]
30. [QS]ଏକ ବଂଶ ତାହାଙ୍କର ସେବା କରିବେ; [QE][QS]ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। [QE]
31. [QS]ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, [QE][QS]ସେ ଏହା ସାଧନ କରିଅଛନ୍ତି। [QE]