1. {ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ} PS ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ?
ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? |
2. ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ,
ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। |
4. ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ;
ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। |
8. “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା;
ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” |
9. ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;
ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। |
14. ମୁଁ ଜଳ ପରି ଢଳା ହେଉଅଛି ଓ
ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। |
15. ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି;
ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। |
16. କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି;
ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। |
18. ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି
ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। |
19. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;
ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। |
23. ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;
ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। |
24. କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି।
କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। |
25. ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି;
ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। |
26. ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ;
ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। |
27. ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ;
ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ * ତୁମ୍ଭ କିମ୍ବା ତାହାଙ୍କ ସମ୍ମୁଖରେ ପ୍ରଣାମ କରିବେ। |
29. ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ;
ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। |
31. ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ,
ସେ ଏହା ସାଧନ କରିଅଛନ୍ତି। PE |