ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ} [PS] ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? [QBR] ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? [QBR]
2. ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, [QBR] ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। [QBR]
3. ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, [QBR] ତୁମ୍ଭେ ପବିତ୍ର ଅଟ। [QBR]
4. ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; [QBR] ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। [QBR]
5. ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; [QBR] ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। [QBR]
6. ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; [QBR] ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। [QBR]
7. ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; [QBR] ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, [QBR]
8. “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; [QBR] ସେ ତାହାକୁ ଉଦ୍ଧାର କରନ୍ତୁ; [QBR] ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” [QBR]
9. ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; [QBR] ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। [QBR]
10. ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; [QBR] ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। [QBR]
11. ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; [QBR] ସାହାଯ୍ୟକାରୀ କେହି ନାହିଁ। [QBR]
12. ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; [QBR] ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। [QBR]
13. ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ [QBR] ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। [QBR]
14. ମୁଁ ଜଳ ପରି ଢଳା ହେଉଅଛି ଓ [QBR] ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। [QBR] ମୋହର ହୃଦୟ ମହମ ପରି ହୋଇଅଛି; [QBR] ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। [QBR]
15. ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; [QBR] ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, [QBR] ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। [QBR]
16. କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; [QBR] ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; [QBR] ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। [QBR]
17. ମୁଁ ଆପଣା ଅସ୍ଥିସବୁ ଗଣିପାରେ; [QBR] ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। [QBR]
18. ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି [QBR] ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। [QBR]
19. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; [QBR] ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। [QBR]
20. ଖଡ୍ଗରୁ ମୋ’ ପ୍ରାଣକୁ ଓ [QBR] କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। [QBR]
21. ସିଂହର ମୁଖରୁ ମୋତେ ନିସ୍ତାର କର; [QBR] ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। [QBR]
22. ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; [QBR] ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। [QBR]
23. ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; [QBR] ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; [QBR] ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। [QBR]
24. କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। [QBR] କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; [QBR] ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। [QBR]
25. ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; [QBR] ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। [QBR]
26. ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; [QBR] ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; [QBR] ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। [QBR]
27. ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; [QBR] ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ [* ତୁମ୍ଭ କିମ୍ବା ତାହାଙ୍କ] ସମ୍ମୁଖରେ ପ୍ରଣାମ କରିବେ। [QBR]
28. କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; [QBR] ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। [QBR]
29. ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; [QBR] ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, [QBR] ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। [QBR]
30. ଏକ ବଂଶ ତାହାଙ୍କର ସେବା କରିବେ; [QBR] ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। [QBR]
31. ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, [QBR] ସେ ଏହା ସାଧନ କରିଅଛନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 150
ଗୀତସଂହିତା 22:81
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ 1 ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? 2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ। 4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। 5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, 8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” 9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। 11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ। 12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। 13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। 17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। 18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। 19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। 20 ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। 21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। 23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। 24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। 25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ * ତୁମ୍ଭ କିମ୍ବା ତାହାଙ୍କ ସମ୍ମୁଖରେ ପ୍ରଣାମ କରିବେ। 28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। 29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। 30 ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 150
Common Bible Languages
West Indian Languages
×

Alert

×

oriya Letters Keypad References