1. {#1ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। *[PE][QS]ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, [QE][QS]ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; [QE][QS]ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ। [QE]
3. [QS]ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, [QE][QS]ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; [QE][QS]ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। [QE]
4. [QS]ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; [QE][QS]ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। [QE]
5. [QS]ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; [QE][QS]କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; [QE][QS]ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। [QE]
6. [QS]ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। [QE][QS]କାରଣ ତାହା ଅନାଦିକାଳୀନ। [QE]
7. [QS]ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; [QE][QS]ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। [QE]
8. [QS]ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; [QE][QS]ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। [QE]
9. [QS]ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ [QE][QS]ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ। [QE]
10. [QS]ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, [QE][QS]ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। [QE]
11. [QS]ହେ ସଦାପ୍ରଭୁ, ଆପଣା ନାମ ସକାଶୁ [QE][QS]ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। [QE]
12. [QS]ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? [QE][QS]ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ। [QE]
13. [QS]ତାହାର ପ୍ରାଣ କୁଶଳରେ ବାସ କରିବ [QE][QS]ଓ ତାହାର ବଂଶ ଦେଶ ଅଧିକାର କରିବେ। [QE]
14. [QS]ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; [QE][QS]ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। [QE]
15. [QS]ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; [QE][QS]କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ। [QE]
16. [QS]ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; [QE][QS]କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। [QE]
17. [QS]ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; [QE][QS]ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର। [QE]
18. [QS]ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; [QE][QS]ପୁଣି, ମୋହର ପାପସବୁ କ୍ଷମା କର। [QE]
19. [QS]ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; [QE][QS]ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି। [QE]
20. [QS]ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; [QE][QS]ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। [QE]
21. [QS]ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, [QE][QS]କାରଣ ମୁଁ ତୁମ୍ଭର ଅନୁସରଣ କରେ। [QE]
22. [QS]ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ [QE][QS]ତାହାର ସମସ୍ତ ସଙ୍କଟରୁ ମୁକ୍ତ କର। [QE]