ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। [QBR]
2. ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, [QBR] ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; [QBR] ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ। [QBR]
3. ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, [QBR] ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; [QBR] ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। [QBR]
4. ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; [QBR] ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। [QBR]
5. ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; [QBR] କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; [QBR] ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। [QBR]
6. ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। [QBR] କାରଣ ତାହା ଅନାଦିକାଳୀନ। [QBR]
7. ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; [QBR] ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। [QBR]
8. ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; [QBR] ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। [QBR]
9. ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ [QBR] ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ। [QBR]
10. ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, [QBR] ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। [QBR]
11. ହେ ସଦାପ୍ରଭୁ, ଆପଣା ନାମ ସକାଶୁ [QBR] ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। [QBR]
12. ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? [QBR] ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ। [QBR]
13. ତାହାର ପ୍ରାଣ କୁଶଳରେ ବାସ କରିବ [QBR] ଓ ତାହାର ବଂଶ ଦେଶ ଅଧିକାର କରିବେ। [QBR]
14. ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; [QBR] ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। [QBR]
15. ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; [QBR] କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ। [QBR]
16. ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; [QBR] କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। [QBR]
17. ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; [QBR] ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର। [QBR]
18. ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; [QBR] ପୁଣି, ମୋହର ପାପସବୁ କ୍ଷମା କର। [QBR]
19. ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; [QBR] ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି। [QBR]
20. ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; [QBR] ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। [QBR]
21. ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, [QBR] କାରଣ ମୁଁ ତୁମ୍ଭର ଅନୁସରଣ କରେ। [QBR]
22. ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ [QBR] ତାହାର ସମସ୍ତ ସଙ୍କଟରୁ ମୁକ୍ତ କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 150
ଗୀତସଂହିତା 25:50
ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା 1 ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ। 3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। 4 ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 6 ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 7 ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 9 ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ। 10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। 11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। 12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ। 13 ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ। 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। 15 ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ। 16 ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। 17 ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର। 18 ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର। 19 ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି। 20 ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। 21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ। 22 ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 150
Common Bible Languages
West Indian Languages
×

Alert

×

oriya Letters Keypad References