1. {#1ଉତ୍ତମ ବ୍ୟକ୍ତିର ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; *[PE][QS]ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି। *[PE][QS]ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; [QE][QS]ମୋର ମର୍ମ ଓ ଚିତ୍ତ ପରିଷ୍କାର କର। [QE]
3. [QS]କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ’ ଦୃଷ୍ଟି-ଗୋଚରରେ ଅଛି; [QE][QS]ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି। [QE]
4. [QS]ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; [QE][QS]କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ। [QE]
5. [QS]ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, [QE][QS]ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ। [QE]
6. [QS]ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି [QE][QS]ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି, [QE]
7. [QS]ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି [QE][QS]ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି। [QE]
8. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ [QE][QS]ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ। [QE]
9. [QS]ପାପୀମାନଙ୍କ ସଙ୍ଗେ ମୋ’ ପ୍ରାଣକୁ କିଅବା [QE][QS]ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ’ ଜୀବନକୁ ସଂଗ୍ରହ କର ନାହିଁ। [QE]
10. [QS]ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, [QE][QS]ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ। [QE]
11. [QS]ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; [QE][QS]ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ। [QE]
12. [QS]ମୋ’ ଚରଣ ସମଭୂମିରେ ଠିଆ ହେଉଅଛି; [QE][QS]ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି। [QE]