1. {ସ୍ତୁତି ବନ୍ଦନା} [PS] ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; [QBR] ମୁଁ କାହାକୁ ଭୟ କରିବି ? [QBR] ସଦାପ୍ରଭୁ ମୋ’ ଜୀବନର ବଳ; [QBR] ମୁଁ କାହାଠାରୁ ଭୀତ ହେବି ? [QBR]
2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ [QBR] ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। [QBR]
3. ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ [QBR] ମୋହର ଅନ୍ତଃକରଣ ଭୟ କରିବ ନାହିଁ; [QBR] ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, [QBR] ତେବେ ମଧ୍ୟ ମୁଁ ସାହସିକ ହେବି। [QBR]
4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ [QBR] ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ [QBR] ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, [QBR] ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, [QBR] ତାହା ହିଁ ମୁଁ ଅନ୍ୱେଷଣ କରିବି। [QBR]
5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; [QBR] ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; [QBR] ସେ ମୋତେ ଶୈଳ ଉପରକୁ ଉଠାଇବେ। [QBR]
6. ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; [QBR] ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; [QBR] ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QBR]
7. ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; [QBR] ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ। [QBR]
8. ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” [QBR] ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” [QBR]
9. ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; [QBR] କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; [QBR] ତୁମ୍ଭେ ମୋହର ସହାୟ ହୋଇଅଛ; [QBR] ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। [QBR]
10. କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, [QBR] ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ। [QBR]
11. ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ [QBR] ମୋତେ ତୁମ୍ଭର ମାର୍ଗ ଶିଖାଅ; [QBR] ଓ ସରଳ ପଥରେ ମୋତେ କଢ଼ାଇ ନିଅ। [QBR]
12. ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; [QBR] କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ [QBR] ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି। [QBR]
13. ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି। [QBR]
14. ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; [QBR] ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; [QBR] ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। [PE]