1. {ସ୍ତୁତି ବନ୍ଦନା} PS ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ? |
2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ
ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। |
3. ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ
ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। |
4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ
ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। |
5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;
ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। |
6. ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ;
ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। |
8. ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,”
ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” |
9. ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ;
କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। |
12. ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ;
କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି। |
14. ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। PE |