ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସ୍ତୁତି ବନ୍ଦନା } [QS][PS]*ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; *[PE][QS]ମୁଁ କାହାକୁ ଭୟ କରିବି ? [QE][QS]ସଦାପ୍ରଭୁ ମୋ’ ଜୀବନର ବଳ; [QE][QS]ମୁଁ କାହାଠାରୁ ଭୀତ ହେବି ? [QE]
2. [QS]ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ [QE][QS]ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। [QE]
3. [QS]ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ [QE][QS]ମୋହର ଅନ୍ତଃକରଣ ଭୟ କରିବ ନାହିଁ; [QE][QS]ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, [QE][QS]ତେବେ ମଧ୍ୟ ମୁଁ ସାହସିକ ହେବି। [QE]
4. [QS]ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ [QE][QS]ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ [QE][QS]ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, [QE][QS]ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, [QE][QS]ତାହା ହିଁ ମୁଁ ଅନ୍ୱେଷଣ କରିବି। [QE]
5. [QS]କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; [QE][QS]ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; [QE][QS]ସେ ମୋତେ ଶୈଳ ଉପରକୁ ଉଠାଇବେ। [QE]
6. [QS]ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; [QE][QS]ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; [QE][QS]ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QE]
7. [QS]ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; [QE][QS]ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ। [QE]
8. [QS]ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” [QE][QS]ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” [QE]
9. [QS]ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; [QE][QS]କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; [QE][QS]ତୁମ୍ଭେ ମୋହର ସହାୟ ହୋଇଅଛ; [QE][QS]ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। [QE]
10. [QS]କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, [QE][QS]ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ। [QE]
11. [QS]ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ [QE][QS]ମୋତେ ତୁମ୍ଭର ମାର୍ଗ ଶିଖାଅ; [QE][QS]ଓ ସରଳ ପଥରେ ମୋତେ କଢ଼ାଇ ନିଅ। [QE]
12. [QS]ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; [QE][QS]କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ [QE][QS]ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି। [QE]
13. [QS]ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି। [QE]
14. [QS]ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; [QE][QS]ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; [QE][QS]ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 27 / 150
ସ୍ତୁତି ବନ୍ଦନା 1 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; *ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ? 2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। 3 ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। 4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। 5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। 6 ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 7 ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ। 8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” 9 ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ। 10 କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ। 11 ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। 12 ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି। 13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି। 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 27 / 150
×

Alert

×

Oriya Letters Keypad References