ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; [QBR] ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। [QBR]
2. ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, [QBR] ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, [QBR] ମୋ’ ନିବେଦନର ରବ ଶ୍ରବଣ କର। [QBR]
3. ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; [QBR] ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, [QBR] ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। [QBR]
4. ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; [QBR] ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। [QBR]
5. ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ [QBR] ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। [QBR]
6. ସଦାପ୍ରଭୁ ଧନ୍ୟ ହେଉନ୍ତୁ, [QBR] କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି। [QBR]
7. ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; [QBR] ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; [QBR] ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; [QBR] ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। [QBR]
8. ସଦାପ୍ରଭୁ ସେମାନଙ୍କର ବଳ ଓ [QBR] ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। [QBR]
9. ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; [QBR] ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 150
ଗୀତସଂହିତା 28:163
ସହାୟତା ପାଇଁ ପ୍ରାର୍ଥନା 1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। 2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର। 3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। 4 ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। 5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି। 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। 9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 150
Common Bible Languages
West Indian Languages
×

Alert

×

oriya Letters Keypad References