1. {ସହାୟତା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି;
ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। |
2. ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ,
ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର। |
3. ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ;
ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। |
4. ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ;
ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। |
5. ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ
ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। |
7. ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। |
9. ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର;
ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର। PE |