ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଧନ୍ୟବାଦ ପ୍ରାର୍ଥନା } [QS]
2. [PS]*ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; *[PE]{ଦାଉଦଙ୍କର ଗୀତ। }[PBR]ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। } [QS]ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ। [QE]
3. [QS]ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। [QE]
4. [QS]ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। [QE]
5. [QS]କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; [QE][QS]ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। [QE]
6. [QS]ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।” [QE]
7. [QS]ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। [QE]
8. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। [QE]
9. [QS]ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ? [QE]
10. [QS]ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ। [QE]
11. [QS]ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; [QE]
12. [QS]ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 150
ଧନ୍ୟବାଦ ପ୍ରାର୍ଥନା 1 2 *ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; *{ଦାଉଦଙ୍କର ଗୀତ। }ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। } ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ। 3 ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। 4 ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। 6 ମୁଁ ଆପଣା ସମୃଦ୍ଧି ସମୟରେ କହିଲି, “ମୁଁ କେବେ ବିଚଳିତ ନୋହିବି।” 7 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। 8 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। 9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ? 10 ହେ ସଦାପ୍ରଭୁ, ଶୁଣ ଓ ମୋ’ ପ୍ରତି ଦୟା କର; ସଦାପ୍ରଭୁ, ତୁମ୍ଭେ ମୋହର ସହାୟ ହୁଅ। 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; 12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 150
×

Alert

×

Oriya Letters Keypad References