1. {ଧନ୍ୟବାଦ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
|
3. ହେ ସଦାପ୍ରଭୁ, ତୁମ୍ଭେ ପାତାଳରୁ ମୋ’ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ।
|
4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
|
5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ;
ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। |
7. ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
|
9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?
|
11. ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
|
12. ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। PE
|