1. {#1ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; *[PE][QS]ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; [QE][QS]ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। *[PE][QS]ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; [QE][QS]ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, [QE][QS]ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। [QE]
3. [QS]କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; [QE][QS]ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। [QE]
4. [QS]ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; [QE][QS]କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ। [QE]
5. [QS]ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; [QE][QS]ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ। [QE]
6. [QS]ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; [QE][QS]ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ। [QE]
7. [QS]ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; [QE][QS]କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; [QE][QS]ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ। [QE]
8. [QS]ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; [QE][QS]ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ। [QE]
9. [QS]ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; [QE][QS]ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି। [QE]
10. [QS]କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ [QE][QS]ମୋହର ବର୍ଷ ବହି ଯାଉଅଛି; [QE][QS]ମୋ’ ଅପରାଧ[* ଅପରାଧ କିମ୍ବା ଦୁଖଃ ] ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ [QE][QS]ମୋର ଅସ୍ଥିସବୁ କ୍ଷୟ ପାଉଅଛି। [QE]
11. [QS]ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା [QE][QS]ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ [QE][QS]ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, [QE][QS]ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ। [QE]
12. [QS]ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; [QE][QS]ମୁଁ ଭଗ୍ନ ପାତ୍ର ସଦୃଶ। [QE]
13. [QS]କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, [QE][QS]ଚତୁର୍ଦ୍ଦିଗରେ ଆଶଙ୍କା; [QE][QS]ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ [QE][QS]ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। [QE]
14. [QS]ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; [QE][QS]ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।” [QE]
15. [QS]ମୋହର ସମୟ ସବୁ ତୁମ୍ଭର ହସ୍ତଗତ; [QE][QS]ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର। [QE]
16. [QS]ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; [QE][QS]ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର। [QE]
17. [QS]ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; [QE][QS]ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। [QE]
18. [QS]ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, [QE][QS]ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ [QE][QS]ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। [QE]
19. [QS]ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, [QE][QS]ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ [QE][QS]ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, [QE][QS]ତାହା କିପରି ମହତ୍ ! [QE]
20. [QS]ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; [QE][QS]ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। [QE]
21. [QS]ସଦାପ୍ରଭୁ ଧନ୍ୟ ହେଉନ୍ତୁ; [QE][QS]କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। [QE]
22. [QS]ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି [QE][QS]ଆପଣା ଅଧୈର୍ଯ୍ୟରେ କହିଥିଲି; [QE][QS]ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ। [QE]
23. [QS]ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; [QE][QS]ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି [QE][QS]ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। [QE]
24. [QS]ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, [QE][QS]ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ। [QE]