ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ} [PS] ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; [QBR] ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; [QBR] ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। [QBR]
2. ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; [QBR] ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, [QBR] ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। [QBR]
3. କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; [QBR] ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। [QBR]
4. ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; [QBR] କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ। [QBR]
5. ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; [QBR] ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ। [QBR]
6. ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; [QBR] ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ। [QBR]
7. ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; [QBR] କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; [QBR] ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ। [QBR]
8. ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; [QBR] ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ। [QBR]
9. ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; [QBR] ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି। [QBR]
10. କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ [QBR] ମୋହର ବର୍ଷ ବହି ଯାଉଅଛି; [QBR] ମୋ’ ଅପରାଧ [* ଅପରାଧ କିମ୍ବା ଦୁଖଃ] ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ [QBR] ମୋର ଅସ୍ଥିସବୁ କ୍ଷୟ ପାଉଅଛି। [QBR]
11. ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା [QBR] ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ [QBR] ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, [QBR] ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ। [QBR]
12. ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; [QBR] ମୁଁ ଭଗ୍ନ ପାତ୍ର ସଦୃଶ। [QBR]
13. କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, [QBR] ଚତୁର୍ଦ୍ଦିଗରେ ଆଶଙ୍କା; [QBR] ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ [QBR] ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। [QBR]
14. ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; [QBR] ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।” [QBR]
15. ମୋହର ସମୟ ସବୁ ତୁମ୍ଭର ହସ୍ତଗତ; [QBR] ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର। [QBR]
16. ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; [QBR] ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର। [QBR]
17. ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; [QBR] ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। [QBR]
18. ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, [QBR] ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ [QBR] ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। [QBR]
19. ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, [QBR] ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ [QBR] ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, [QBR] ତାହା କିପରି ମହତ୍‍ ! [QBR]
20. ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; [QBR] ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। [QBR]
21. ସଦାପ୍ରଭୁ ଧନ୍ୟ ହେଉନ୍ତୁ; [QBR] କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। [QBR]
22. ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି [QBR] ଆପଣା ଅଧୈର୍ଯ୍ୟରେ କହିଥିଲି; [QBR] ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ। [QBR]
23. ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; [QBR] ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି [QBR] ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। [QBR]
24. ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, [QBR] ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 150
ଗୀତସଂହିତା 31:136
ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ 1 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। 2 ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। 3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। 4 ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ। 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ। 6 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ। 7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ। 8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ। 9 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି। 10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ * ଅପରାଧ କିମ୍ବା ଦୁଖଃ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି। 11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ। 12 ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ। 13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। 14 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।” 15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର। 16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର। 17 ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ ! 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। 21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। 22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ। 23 ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। 24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 150
Common Bible Languages
West Indian Languages
×

Alert

×

oriya Letters Keypad References