1. {ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ} PS ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;
ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। |
2. ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର;
ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। |
7. ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି;
କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ। |
9. ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ;
ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି। |
10. କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ
ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ * ଅପରାଧ କିମ୍ବା ଦୁଖଃ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି। |
11. ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା
ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ। |
13. କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି,
ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। |
17. ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି;
ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। |
18. ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ,
ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। |
19. ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ,
ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ ! |
20. ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ;
ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। |
21. ସଦାପ୍ରଭୁ ଧନ୍ୟ ହେଉନ୍ତୁ;
କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। |
22. ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି
ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ। |
23. ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର;
ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। |