ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପାପ ସ୍ୱୀକାର ଓ କ୍ଷମା} [PS] ଯାହାର ଅପରାଧ କ୍ଷମା, [QBR] ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। [QBR]
2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି [QBR] ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। [QBR]
3. ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ [QBR] କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। [QBR]
4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; [QBR] ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [QBR] [ସେଲା] [QBR]
5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ [QBR] ଆପଣା ଅଧର୍ମ ଲୁଚାଇଲି ନାହିଁ; [QBR] ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” [QBR] ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [QBR] [ସେଲା] [QBR]
6. ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; [QBR] ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। [QBR]
7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; [QBR] ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [QBR] [ସେଲା] [QBR]
8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; [QBR] ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। [QBR]
9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; [QBR] ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, [QBR] ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। [QBR]
10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; [QBR] ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। [QBR]
11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; [QBR] ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
ଗୀତସଂହିତା 32:40
ପାପ ସ୍ୱୀକାର ଓ କ୍ଷମା 1 ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। *ସେଲା 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। *ସେଲା 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। *ସେଲା 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। 9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। 11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
Common Bible Languages
West Indian Languages
×

Alert

×

oriya Letters Keypad References