ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ପାପ ସ୍ୱୀକାର ଓ କ୍ଷମା } [QS]
2. [PS]*ଦାଉଦଙ୍କ ଗୀତ। *[PE][PBR]ଯାହାର ଅପରାଧ କ୍ଷମା, *[PE][QS]ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। *[PE][QS]ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି [QE][QS]ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। [QE]
3. [QS]ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ [QE][QS]କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। [QE]
4. [QS]କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; [QE][QS]ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [QE][QS][ସେଲା] [QE]
5. [QS]ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ [QE][QS]ଆପଣା ଅଧର୍ମ ଲୁଚାଇଲି ନାହିଁ; [QE][QS]ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” [QE][QS]ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [QE][QS][ସେଲା] [QE]
6. [QS]ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; [QE][QS]ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। [QE]
7. [QS]ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; [QE][QS]ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [QE][QS][ସେଲା] [QE]
8. [QS]ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; [QE][QS]ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। [QE]
9. [QS]ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; [QE][QS]ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, [QE][QS]ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। [QE]
10. [QS]ଦୁଷ୍ଟକୁ ଅନେକ ଦୁଃଖ ଘଟିବ; [QE][QS]ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। [QE]
11. [QS]ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; [QE][QS]ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
ପାପ ସ୍ୱୀକାର ଓ କ୍ଷମା 1 2 *ଦାଉଦଙ୍କ ଗୀତ। *ଯାହାର ଅପରାଧ କ୍ଷମା, *ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। *ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। *ସେଲା 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। *ସେଲା 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। *ସେଲା 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। 9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। 11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
×

Alert

×

Oriya Letters Keypad References