1. {ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା} [PS] ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; [QBR] ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। [QBR]
2. ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; [QBR] ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। [QBR]
3. ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, [QBR] ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। [QBR]
4. ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, [QBR] ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। [QBR]
5. ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; [QBR] ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। [QBR]
6. ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ [QBR] ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। [QBR]
7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, [QBR] ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। [QBR]
8. ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; [QBR] ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। [QBR]
9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; [QBR] କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। [QBR]
10. ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; [QBR] ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। [QBR]
11. ହେ ବାଳକମାନେ, ଆସ, ମୋ’ କଥା ଶୁଣ; [QBR] ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। [QBR]
12. ଯେ ଜୀବନ ବାଞ୍ଛା କରେ [QBR] ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ ? [QBR]
13. ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ [QBR] ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। [QBR]
14. ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; [QBR] ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। [QBR]
15. ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି [QBR] ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। [QBR]
16. ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା [QBR] ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। [QBR]
17. ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ [QBR] ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। [QBR]
18. ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି [QBR] ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। [QBR]
19. ଧାର୍ମିକର ବିପଦ ଅନେକ; [QBR] ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। [QBR]
20. ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; [QBR] ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। [QBR]
21. ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; [QBR] ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। [QBR]
22. ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; [QBR] ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ। [PE]