ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା }[PS]*ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। *[PE][QS]ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; [QE][QS]ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। [QE]
2. [QS]ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; [QE][QS]ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। [QE]
3. [QS]ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, [QE][QS]ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। [QE]
4. [QS]ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, [QE][QS]ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। [QE]
5. [QS]ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍‍ ହେଲେ; [QE][QS]ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। [QE]
6. [QS]ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ [QE][QS]ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। [QE]
7. [QS]ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, [QE][QS]ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। [QE]
8. [QS]ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; [QE][QS]ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। [QE]
9. [QS]ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; [QE][QS]କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। [QE]
10. [QS]ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; [QE][QS]ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। [QE]
11. [QS]ହେ ବାଳକମାନେ, ଆସ, ମୋ’ କଥା ଶୁଣ; [QE][QS]ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। [QE]
12. [QS]ଯେ ଜୀବନ ବାଞ୍ଛା କରେ [QE][QS]ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ ? [QE]
13. [QS]ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ [QE][QS]ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। [QE]
14. [QS]ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; [QE][QS]ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। [QE]
15. [QS]ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି [QE][QS]ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। [QE]
16. [QS]ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା [QE][QS]ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। [QE]
17. [QS]ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ [QE][QS]ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। [QE]
18. [QS]ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି [QE][QS]ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। [QE]
19. [QS]ଧାର୍ମିକର ବିପଦ ଅନେକ; [QE][QS]ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। [QE]
20. [QS]ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; [QE][QS]ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। [QE]
21. [QS]ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; [QE][QS]ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। [QE]
22. [QS]ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; [QE][QS]ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 150
ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା 1 *ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। *ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3 ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍‍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। 9 ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। 10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। 11 ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। 12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ ? 13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। 14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। 19 ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। 20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। 21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 150
×

Alert

×

Oriya Letters Keypad References