1. {ସହାୟତା ପାଇଁ ପ୍ରାର୍ଥନା} PS ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର।
ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। |
3. ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର;
ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।” |
4. ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ;
ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ। |
7. ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି,
ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି। |
8. ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ
ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ। |
10. ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ?
ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।” |
13. ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା;
ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ। |
15. ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ;
ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ; |
17. ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ?
ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର। |
19. ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ।
କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ। |
24. ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର
ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ। |
25. “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ;
“ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ। |
26. ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ;
ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। |
27. ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ;
ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ। |