1. {#1ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। *[PE][QS]ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। *[PE][QS]ଢାଲ ଓ ଫଳକ ଧାରଣ କର [QE][QS]ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ। [QE]
3. [QS]ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; [QE][QS]ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।” [QE]
4. [QS]ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; [QE][QS]ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ। [QE]
5. [QS]ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ [QE][QS]ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ। [QE]
6. [QS]ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, [QE][QS]ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ। [QE]
7. [QS]ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, [QE][QS]ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି। [QE]
8. [QS]ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ [QE][QS]ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; [QE][QS]ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ। [QE]
9. [QS]ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ [QE][QS]ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ। [QE]
10. [QS]ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? [QE][QS]ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, [QE][QS]ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।” [QE]
11. [QS]ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; [QE][QS]ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି। [QE]
12. [QS]ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, [QE][QS]ତହିଁରେ ମୋହର ପ୍ରାଣ ଅନାଥ ହୁଏ। [QE]
13. [QS]ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; [QE][QS]ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି [QE][QS]ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ। [QE]
14. [QS]ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; [QE][QS]ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି। [QE]
15. [QS]ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; [QE][QS]ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; [QE][QS]ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ; [QE]
16. [QS]ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି [QE][QS]ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ। [QE]
17. [QS]ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? [QE][QS]ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, [QE][QS]ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର। [QE]
18. [QS]ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। [QE][QS]ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। [QE]
19. [QS]ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। [QE][QS]କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, [QE][QS]ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ। [QE]
20. [QS]ସେମାନେ ଶାନ୍ତିର କଥା କହନ୍ତି ନାହିଁ; [QE][QS]ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି। [QE]
21. [QS]ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; [QE][QS]ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।” [QE]
22. [QS]ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; [QE][QS]ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। [QE]
23. [QS]ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, [QE][QS]ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ। [QE]
24. [QS]ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର [QE][QS]ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ। [QE]
25. [QS]“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; [QE][QS]“ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ। [QE]
26. [QS]ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; [QE][QS]ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। [QE]
27. [QS]ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; [QE][QS]ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି [QE][QS]ସେମାନେ ନିରନ୍ତର କହନ୍ତୁ। [QE]
28. [QS]ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ [QE][QS]ତୁମ୍ଭ ପ୍ରଶଂସାର କଥା କହିବ। [QE]