ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ମନୁଷ୍ୟର ଦୁଷ୍ଟତା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। *[PE][PBR]ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, *[PE][QS]ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। *[PE][QS]କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ [QE][QS]ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। [QE]
3. [QS]ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; [QE][QS]ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। [QE]
4. [QS]ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; [QE][QS]ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; [QE][QS]ସେ ମନ୍ଦତା ଘୃଣା କରେ ନାହିଁ। [QE]
5. {#1ଈଶ୍ୱର ମଙ୍ଗଳମୟ } [QS]ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; [QE][QS]ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। [QE]
6. [QS]ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; [QE][QS]ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; [QE][QS]ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। [QE]
7. [QS]ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! [QE][QS]ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। [QE]
8. [QS]ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; [QE][QS]ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। [QE]
9. [QS]କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; [QE][QS]ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। [QE]
10. [QS]ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା [QE][QS]ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। [QE]
11. [QS]ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ [QE][QS]ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। [QE]
12. [QS]ହେଇ, ଅଧର୍ମାଚାରୀମାନେ ପତିତ ହେଲେ; [QE][QS]ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
ମନୁଷ୍ୟର ଦୁଷ୍ଟତା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। *ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, *ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। *କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। ଈଶ୍ୱର ମଙ୍ଗଳମୟ 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। 11 ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
×

Alert

×

Oriya Letters Keypad References