ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମନୁଷ୍ୟର ଦୁଷ୍ଟତା} [PS] ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, [QBR] ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। [QBR]
2. କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ [QBR] ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। [QBR]
3. ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; [QBR] ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। [QBR]
4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; [QBR] ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; [QBR] ସେ ମନ୍ଦତା ଘୃଣା କରେ ନାହିଁ।
5. {ଈଶ୍ୱର ମଙ୍ଗଳମୟ} [PS] ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; [QBR] ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। [QBR]
6. ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; [QBR] ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; [QBR] ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। [QBR]
7. ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! [QBR] ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। [QBR]
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; [QBR] ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। [QBR]
9. କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; [QBR] ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। [QBR]
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା [QBR] ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। [QBR]
11. ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ [QBR] ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। [QBR]
12. ହେଇ, ଅଧର୍ମାଚାରୀମାନେ ପତିତ ହେଲେ; [QBR] ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
ଗୀତସଂହିତା 36:169
ମନୁଷ୍ୟର ଦୁଷ୍ଟତା 1 ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। ଈଶ୍ୱର ମଙ୍ଗଳମୟ 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। 11 ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 36 / 150
Common Bible Languages
West Indian Languages
×

Alert

×

oriya Letters Keypad References