4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;
ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। |
5. {ଈଶ୍ୱର ମଙ୍ଗଳମୟ} PS ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;
ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। |
6. ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ;
ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। |
7. ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ !
ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। |
8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ;
ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। |
10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା
ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। |