ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା} [PS] ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ [QBR] ଆପଣାକୁ ବିରକ୍ତ କର ନାହିଁ, [QBR] କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ। [QBR]
2. କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ [QBR] କୋମଳ ତୃଣ ପରି ଶୁଷ୍କ ହେବେ। [QBR]
3. ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; [QBR] ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। [QBR]
4. ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; [QBR] ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। [QBR]
5. ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; [QBR] ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ। [QBR]
6. ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ [QBR] ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ। [QBR]
7. ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; [QBR] ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ [QBR] ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। [QBR]
8. କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ [QBR] ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। [QBR]
9. କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର [QBR] ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ। [QBR]
10. ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; [QBR] ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ। [QBR]
11. ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ [QBR] ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ। [QBR]
12. ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ [QBR] ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ। [QBR]
13. ପ୍ରଭୁ ତାହାକୁ ଉପହାସ କରିବେ। [QBR] କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। [QBR]
14. ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- [QBR] ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା [QBR] ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। [QBR]
15. ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ [QBR] ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ। [QBR]
16. ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା [QBR] ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। [QBR]
17. କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ [QBR] ଧାର୍ମିକକୁ ଧରି ରଖିବେ। [QBR]
18. ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ [QBR] ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। [QBR]
19. ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; [QBR] ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। [QBR]
20. ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ [QBR] ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; [QBR] ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ [QBR] ନିଃଶେଷିତ ହୋଇଯିବେ। [QBR]
21. ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। [QBR] ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। [QBR]
22. କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ [QBR] ଦେଶାଧିକାର କରିବେ; [QBR] ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ [QBR]
23. ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ [QBR] ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି। [QBR]
24. ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; [QBR] କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି। [QBR]
25. ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; [QBR] ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ [QBR] ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ। [QBR]
26. ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; [QBR] ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। [QBR]
27. ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; [QBR] ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। [QBR]
28. କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି [QBR] ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; [QBR] ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; [QBR] ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। [QBR]
29. ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ [QBR] ବାସ କରିବ। [QBR]
30. ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର [QBR] ଜିହ୍ୱା ନ୍ୟାୟ ବିଚାରର କଥା କହେ। [QBR]
31. ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; [QBR] ତାହାର କୌଣସି ପାଦଗତି ଖସିଯିବ ନାହିଁ। [QBR]
32. ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ [QBR] ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ। [QBR]
33. ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; [QBR] କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। [QBR]
34. ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ [QBR] ରକ୍ଷା କର, [QBR] ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ [QBR] କରିବେ; [QBR] ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା [QBR] ଦେଖିବ। [QBR]
35. ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ [QBR] ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି। [QBR]
36. ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; [QBR] ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର [QBR] ଉଦ୍ଦେଶ୍ୟ ମିଳିଲା ନାହିଁ। [QBR]
37. ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ [QBR] ନିରୀକ୍ଷଣ କର; [QBR] କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି। [QBR]
38. ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ [QBR] ହେବେ; [QBR] ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ। [QBR]
39. ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ [QBR] ହୁଏ; [QBR] ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। [QBR]
40. ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ [QBR] ସେମାନଙ୍କୁ ରକ୍ଷା କରନ୍ତି; [QBR] ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ [QBR] କରନ୍ତି, [QBR] କାରଣ ସେମାନେ ତାହାଙ୍କର ଶରଣାଗତ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
ଗୀତସଂହିତା 37:147
ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା 1 ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ। 2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ। 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। 4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ। 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ। 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। 8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ। 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ। 10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯତ୍ନପୂର୍ବକ ତାହାର ସ୍ଥାନ ତତ୍ତ୍ୱ କରିବ, ଆଉ ସେ ନ ଥିବ। 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ। 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ। 13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। 15 ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ। 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। 17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ। 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ। 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ 23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି। 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି। 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ। 26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି। 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ। 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ। 31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ। 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ। 33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ। 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି। 36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ। 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି। 38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ। 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
Common Bible Languages
West Indian Languages
×

Alert

×

oriya Letters Keypad References