1. {ଦୁଃଖୀର ପ୍ରାର୍ଥନା} [PS] ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ [QBR] ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ [QBR] ମୋତେ ଶାସ୍ତି ଦିଅ ନାହିଁ। [QBR]
2. କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି [QBR] ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। [QBR]
3. ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; [QBR] ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ [QBR] ନାହିଁ। [QBR]
4. କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ [QBR] ଉଠିଅଛି; [QBR] ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। [QBR]
5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ [QBR] ଓ ବିକୃତ ହୋଇଅଛି। [QBR]
6. ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। [QBR] ମୁଁ ସାରାଦିନ ଶୋକ କରି ବୁଲୁଥାଏ। [QBR]
7. କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ [QBR] ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। [QBR]
8. ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। [QBR] ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। [QBR]
9. ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି [QBR] ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। [QBR]
10. ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ [QBR] କ୍ଷୀଣ ହେଉଅଛି; [QBR] ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। [QBR]
11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ [QBR] ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି [QBR] ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। [QBR]
12. ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ [QBR] ମୋ’ ପାଇଁ ଫାନ୍ଦ ପାତନ୍ତି; [QBR] ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, [QBR] ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର [QBR] ଚିନ୍ତା କରନ୍ତି। [QBR]
13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ [QBR] ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। [QBR]
14. ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ [QBR] ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। [QBR]
15. କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା [QBR] ରଖେ; [QBR] ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। [QBR]
16. କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ [QBR] ଉପରେ ଆନନ୍ଦ କରିବେ; [QBR] ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ [QBR] ପ୍ରତିକୂଳରେ ଦର୍ପ କରନ୍ତି। [QBR]
17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ [QBR] ସର୍ବଦା ମୋ’ ସମ୍ମୁଖରେ ଥାଏ। [QBR]
18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା [QBR] ପାପ ଲାଗି ଖେଦିତ ହେବି। [QBR]
19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; [QBR] ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ [QBR] ବହୁସଂଖ୍ୟକ ହୋଇଅଛନ୍ତି। [QBR]
20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, [QBR] ସେମାନେ ମୋହର ବିପକ୍ଷ; [QBR] କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। [QBR]
21. ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; [QBR] ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। [QBR]
22. ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ [QBR] କରିବାକୁ ସତ୍ୱର ହୁଅ। [PE]