ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଦୁଃଖୀର ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ, ସ୍ମରଣୋପାୟ। *[PE][PBR]ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ *[PE][QS]ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ [QE][QS]ମୋତେ ଶାସ୍ତି ଦିଅ ନାହିଁ। *[PE][QS]କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି [QE][QS]ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। [QE]
3. [QS]ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; [QE][QS]ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ [QE][QS]ନାହିଁ। [QE]
4. [QS]କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ [QE][QS]ଉଠିଅଛି; [QE][QS]ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। [QE]
5. [QS]ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ [QE][QS]ଓ ବିକୃତ ହୋଇଅଛି। [QE]
6. [QS]ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। [QE][QS]ମୁଁ ସାରାଦିନ ଶୋକ କରି ବୁଲୁଥାଏ। [QE]
7. [QS]କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ [QE][QS]ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। [QE]
8. [QS]ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। [QE][QS]ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। [QE]
9. [QS]ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି [QE][QS]ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। [QE]
10. [QS]ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ [QE][QS]କ୍ଷୀଣ ହେଉଅଛି; [QE][QS]ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। [QE]
11. [QS]ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ [QE][QS]ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି [QE][QS]ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। [QE]
12. [QS]ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ [QE][QS]ମୋ’ ପାଇଁ ଫାନ୍ଦ ପାତନ୍ତି; [QE][QS]ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, [QE][QS]ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର [QE][QS]ଚିନ୍ତା କରନ୍ତି। [QE]
13. [QS]ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ [QE][QS]ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। [QE]
14. [QS]ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ [QE][QS]ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। [QE]
15. [QS]କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା [QE][QS]ରଖେ; [QE][QS]ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। [QE]
16. [QS]କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ [QE][QS]ଉପରେ ଆନନ୍ଦ କରିବେ; [QE][QS]ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ [QE][QS]ପ୍ରତିକୂଳରେ ଦର୍ପ କରନ୍ତି। [QE]
17. [QS]ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ [QE][QS]ସର୍ବଦା ମୋ’ ସମ୍ମୁଖରେ ଥାଏ। [QE]
18. [QS]ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା [QE][QS]ପାପ ଲାଗି ଖେଦିତ ହେବି। [QE]
19. [QS]ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; [QE][QS]ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ [QE][QS]ବହୁସଂଖ୍ୟକ ହୋଇଅଛନ୍ତି। [QE]
20. [QS]ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, [QE][QS]ସେମାନେ ମୋହର ବିପକ୍ଷ; [QE][QS]କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। [QE]
21. [QS]ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; [QE][QS]ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। [QE]
22. [QS]ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ [QE][QS]କରିବାକୁ ସତ୍ୱର ହୁଅ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 150
ଦୁଃଖୀର ପ୍ରାର୍ଥନା 1 2 *ଦାଉଦଙ୍କର ଗୀତ, ସ୍ମରଣୋପାୟ। *ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ *ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। *କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। 3 ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ। 4 କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। 5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି। 6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ। 7 କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। 8 ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। 9 ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। 10 ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। 11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। 12 ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି। 13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। 14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। 15 କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। 16 କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି। 17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ। 18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି। 19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି। 20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। 21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। 22 ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 38 / 150
×

Alert

×

Oriya Letters Keypad References