ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଅନ୍ତିମକାଳର ପରିଚୟ ଦିଅ} [PS] ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ [QBR] ଆପଣା ପଥ ବିଷୟରେ ସାବଧାନ ହେବି; [QBR] ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ [QBR] ଲଗାମ ଦେଇ ରଖିବି।” [QBR]
2. ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ [QBR] ନିବୃତ୍ତ ରହିଲି; [QBR] ତହିଁରେ ମୋହର ଦୁଃଖ ପ୍ରବଳ ହେଲା; [QBR]
3. ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; [QBR] ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; [QBR] ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; [QBR]
4. “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର [QBR] ପରିମାଣ କଅଣ, ମୋତେ ଜଣାଅ; [QBR] ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। [QBR]
5. ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; [QBR] ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; [QBR] ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ [QBR] ହିଁ ନିତାନ୍ତ ଅସାର। [QBR] [ସେଲା] [QBR]
6. ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ [QBR] କରେ; [QBR] ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; [QBR] ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, [QBR] ଜାଣେ ନାହିଁ। [QBR]
7. ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? [QBR] ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। [QBR]
8. ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; [QBR] ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। [QBR]
9. ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି [QBR] ନାହିଁ; [QBR] କାରଣ ତୁମ୍ଭେ ତାହା କଲ। [QBR]
10. ମୋ’ଠାରୁ ତୁମ୍ଭ ଆଘାତ ଦୂର କର; [QBR] ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। [QBR]
11. ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା [QBR] ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ [QBR] କରିଥାଅ; [QBR] ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [QBR] [ସେଲା] [QBR]
12. ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ [QBR] ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; [QBR] ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; [QBR] କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, [QBR] ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। [QBR]
13. ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର [QBR] ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି [QBR] ଫେରାଅ।” [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 150
ଗୀତସଂହିତା 39:118
ଅନ୍ତିମକାଳର ପରିଚୟ ଦିଅ 1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” 2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା; 3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; 4 “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। 5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। *ସେଲା 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। 7 ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। 8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। 10 ମୋ’ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। 11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। *ସେଲା 12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି ଫେରାଅ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 39 / 150
Common Bible Languages
West Indian Languages
×

Alert

×

oriya Letters Keypad References