ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଅନ୍ତିମକାଳର ପରିଚୟ ଦିଅ} [PS] ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ [QBR] ଆପଣା ପଥ ବିଷୟରେ ସାବଧାନ ହେବି; [QBR] ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ [QBR] ଲଗାମ ଦେଇ ରଖିବି।” [QBR]
2. ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ [QBR] ନିବୃତ୍ତ ରହିଲି; [QBR] ତହିଁରେ ମୋହର ଦୁଃଖ ପ୍ରବଳ ହେଲା; [QBR]
3. ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; [QBR] ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; [QBR] ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; [QBR]
4. “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର [QBR] ପରିମାଣ କଅଣ, ମୋତେ ଜଣାଅ; [QBR] ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। [QBR]
5. ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; [QBR] ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; [QBR] ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ [QBR] ହିଁ ନିତାନ୍ତ ଅସାର। [QBR] [ସେଲା] [QBR]
6. ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ [QBR] କରେ; [QBR] ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; [QBR] ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, [QBR] ଜାଣେ ନାହିଁ। [QBR]
7. ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? [QBR] ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। [QBR]
8. ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; [QBR] ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। [QBR]
9. ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି [QBR] ନାହିଁ; [QBR] କାରଣ ତୁମ୍ଭେ ତାହା କଲ। [QBR]
10. ମୋ’ଠାରୁ ତୁମ୍ଭ ଆଘାତ ଦୂର କର; [QBR] ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। [QBR]
11. ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା [QBR] ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ [QBR] କରିଥାଅ; [QBR] ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [QBR] [ସେଲା] [QBR]
12. ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ [QBR] ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; [QBR] ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; [QBR] କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, [QBR] ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। [QBR]
13. ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର [QBR] ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି [QBR] ଫେରାଅ।” [PE]

Notes

No Verse Added

Total 150 Chapters, Current Chapter 39 of Total Chapters 150
ଗୀତସଂହିତା 39:28
1. {ଅନ୍ତିମକାଳର ପରିଚୟ ଦିଅ} PS ମୁଁ କହିଲି, “ମୁଁ ଜିହ୍ୱାରେ ପାପ କରିବା ପାଇଁ
ଆପଣା ପଥ ବିଷୟରେ ସାବଧାନ ହେବି;
ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ
ଲଗାମ ଦେଇ ରଖିବି।”
2. ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ
ନିବୃତ୍ତ ରହିଲି;
ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3. ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି;
ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି;
ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
4. “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ମୋ’ ଦିନର
ପରିମାଣ କଅଣ, ମୋତେ ଜଣାଅ;
ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
5. ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ;
ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ;
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ
ହିଁ ନିତାନ୍ତ ଅସାର।
ସେଲା
6. ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ
କରେ;
ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ;
ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ,
ଜାଣେ ନାହିଁ।
7. ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ?
ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
8. ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର;
ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
9. ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି
ନାହିଁ;
କାରଣ ତୁମ୍ଭେ ତାହା କଲ।
10. ମୋ’ଠାରୁ ତୁମ୍ଭ ଆଘାତ ଦୂର କର;
ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
11. ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା
ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ
କରିଥାଅ;
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର।
ସେଲା
12. ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ମୋ’
ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ;
ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ;
କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ,
ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
13. ମୁଁ ଏଠାରୁ ପ୍ରସ୍ଥାନ କରିବାର ଆଉ ଥିବାର
ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି
ଫେରାଅ।” PE
Total 150 Chapters, Current Chapter 39 of Total Chapters 150
×

Alert

×

oriya Letters Keypad References