ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା} [PS] ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ [QBR] ମୋତେ ଉତ୍ତର ଦିଅ; [QBR] ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ [QBR] ଦେଇଅଛ; [QBR] ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। [QBR]
2. ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର [QBR] ଗୌରବ ଅପମାନରେ ପରିଣତ ହେବ ? କେତେ କାଳ [QBR] ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ [QBR] କରିବ ? [QBR] [ସେଲା] [QBR]
3. ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ [QBR] ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; [QBR] ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। [QBR]
4. ଭୀତ ହୁଅ ଓ ପାପ କର ନାହିଁ; [QBR] ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି [QBR] ନୀରବ ହୁଅ। [QBR] [ସେଲା] [QBR]
5. ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ [QBR] କର। [QBR]
6. ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ [QBR] ଦେଖାଇବ ?” [QBR] ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ [QBR] ପ୍ରକାଶ କର। [QBR]
7. ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, [QBR] ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ [QBR] ଅପେକ୍ଷା ଅଧିକ। [QBR]
8. ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ [QBR] ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ [QBR] ବାସ କରାଉଅଛ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
ଗୀତସଂହିତା 4:41
ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା 1 ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। 2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? *ସେଲା 3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। 4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। *ସେଲା 5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। 6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 7 ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। 8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
Common Bible Languages
West Indian Languages
×

Alert

×

oriya Letters Keypad References