1. {#1ସ୍ତୁତିଗାନ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା *[PE][QS]କଲି; [QE][QS]ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। *[PE][QS]ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା [QE][QS]କାଦୁଅରୁ ଉଠାଇ ଆଣିଲେ [QE][QS]ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର [QE][QS]ପାଦଗତି ଦୃଢ଼ କଲେ। [QE]
3. [QS]ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ [QE][QS]ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; [QE][QS]ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, [QE][QS]ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। [QE]
4. [QS]ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, [QE][QS]ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର [QE][QS]କରେ ନାହିଁ, ସେ ଧନ୍ୟ। [QE]
5. [QS]ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ [QE][QS]ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ [QE][QS]ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; [QE][QS]ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ [QE][QS]ଗଣନା କରାଯାଇ ନ ପାରେ। [QE]
6. [QS]ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; [QE][QS]ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; [QE][QS]ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। [QE]
7. [QS]ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; [QE][QS]ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। [QE]
8. [QS]ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ [QE][QS]କରିବାକୁ ମୋହର ସନ୍ତୋଷ; [QE][QS]ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।” [QE]
9. [QS]ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; [QE][QS]ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ [QE][QS]ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। [QE]
10. [QS]ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ [QE][QS]କରି ନାହିଁ; [QE][QS]ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; [QE][QS]ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା [QE][QS]ମହାସମାଜଠାରୁ ଗୁପ୍ତ ରଖି ନାହିଁ। [QE]
11. [QS]ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା [QE][QS]ରୁଦ୍ଧ କର ନାହିଁ; [QE][QS]ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ [QE][QS]ନିରନ୍ତର ରକ୍ଷା କରୁ। [QE]
12. [QS]କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, [QE][QS]ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ [QE][QS]ମୁଁ ଉପରକୁ ଅନାଇ ପାରୁ ନାହିଁ; [QE][QS]ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର [QE][QS]ହୃଦୟ ମୋତେ ପରିତ୍ୟାଗ କରିଅଛି। [QE]
13. [QS]ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; [QE][QS]ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। [QE]
14. [QS]ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ [QE][QS]ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; [QE][QS]ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ [QE][QS]ଅପମାନିତ ହେଉନ୍ତୁ। [QE]
15. [QS]ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ [QE][QS]ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। [QE]
16. [QS]ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ [QE][QS]ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; [QE][QS]ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ [QE][QS]ନିରନ୍ତର କହନ୍ତୁ, [QE][QS]ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। [QE]
17. [QS]ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; [QE][QS]ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; [QE][QS]ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; [QE][QS]ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। [QE]