ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତିଗାନ} [PS] ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା [QBR] କଲି; [QBR] ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। [QBR]
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା [QBR] କାଦୁଅରୁ ଉଠାଇ ଆଣିଲେ [QBR] ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର [QBR] ପାଦଗତି ଦୃଢ଼ କଲେ। [QBR]
3. ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ [QBR] ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; [QBR] ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, [QBR] ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। [QBR]
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, [QBR] ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର [QBR] କରେ ନାହିଁ, ସେ ଧନ୍ୟ। [QBR]
5. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ [QBR] ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ [QBR] ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; [QBR] ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ [QBR] ଗଣନା କରାଯାଇ ନ ପାରେ। [QBR]
6. ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; [QBR] ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; [QBR] ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। [QBR]
7. ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; [QBR] ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। [QBR]
8. ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ [QBR] କରିବାକୁ ମୋହର ସନ୍ତୋଷ; [QBR] ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।” [QBR]
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; [QBR] ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ [QBR] ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। [QBR]
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ [QBR] କରି ନାହିଁ; [QBR] ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; [QBR] ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା [QBR] ମହାସମାଜଠାରୁ ଗୁପ୍ତ ରଖି ନାହିଁ। [QBR]
11. ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା [QBR] ରୁଦ୍ଧ କର ନାହିଁ; [QBR] ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ [QBR] ନିରନ୍ତର ରକ୍ଷା କରୁ। [QBR]
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, [QBR] ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ [QBR] ମୁଁ ଉପରକୁ ଅନାଇ ପାରୁ ନାହିଁ; [QBR] ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର [QBR] ହୃଦୟ ମୋତେ ପରିତ୍ୟାଗ କରିଅଛି। [QBR]
13. ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; [QBR] ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। [QBR]
14. ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ [QBR] ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; [QBR] ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ [QBR] ଅପମାନିତ ହେଉନ୍ତୁ। [QBR]
15. ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ [QBR] ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। [QBR]
16. ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ [QBR] ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; [QBR] ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ [QBR] ନିରନ୍ତର କହନ୍ତୁ, [QBR] ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। [QBR]
17. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; [QBR] ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; [QBR] ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; [QBR] ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 150
ଗୀତସଂହିତା 40:134
ସ୍ତୁତିଗାନ 1 ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। 2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। 3 ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। 5 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। 7 ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। 8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।” 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। 10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ। 11 ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ। 12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। 13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। 14 ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। 15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। 16 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। 17 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 40 / 150
Common Bible Languages
West Indian Languages
×

Alert

×

oriya Letters Keypad References