1. {ସ୍ତୁତିଗାନ} PS ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା
କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। |
2. ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା
କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। |
3. ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ
ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। |
4. ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ,
ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। |
5. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ
ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। |
6. ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ;
ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। |
9. ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି;
ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। |
10. ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ
କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ। |
11. ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା
ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ। |
12. କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି,
ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। |
14. ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ
ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। |
16. ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ
ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ। |
17. ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;
ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ। PE |