1. {ପୀଡ଼ିତର ପ୍ରାର୍ଥନା} PS ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ,
ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। |
2. ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ
ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ। |
3. ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ
ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। |
4. ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର;
ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।” |
6. ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ
କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ। |
7. ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ
ଫୁସ୍ଫୁସ୍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି। |
9. ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି,
ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି। |