ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#3ଦ୍ୱିତୀୟ ଖଣ୍ଡ [BR]42:1—72:20 }{#1ନିର୍ବାସିତର ପ୍ରାର୍ଥନା (1) } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। *[PE][PBR]ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି *[PE][QS]ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। *[PE][QS]ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ [QE][QS]ନିମନ୍ତେ ମୋ’ ପ୍ରାଣ ତୃଷିତ; [QE][QS]ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? [QE]
3. [QS]ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ [QE][QS]ହୋଇଅଛି, [QE][QS]କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QE][QS]ପରମେଶ୍ୱର କାହାନ୍ତି ?” [QE]
4. [QS]ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, [QE][QS]ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ [QE][QS]ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ [QE][QS]କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। [QE]
5. [QS]ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? [QE][QS]ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? [QE][QS]ପରମେଶ୍ୱରଙ୍କଠାରେ ଭରସା ରଖ; [QE][QS]କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର [QE][QS]ତାହାଙ୍କର ପ୍ରଶଂସା କରିବି। [QE]
6. [QS]ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ [QE][QS]ଅନ୍ତରରେ ଶୋକାକୁଳ ହେଉଅଛି; [QE][QS]ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ [QE][QS]ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। [QE]
7. [QS]ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ [QE][QS]ଗଭୀରକୁ ଡାକଇ, [QE][QS]ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। [QE]
8. [QS]ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ [QE][QS]କରୁଣା ଆଜ୍ଞା କରିବେ, [QE][QS]ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ [QE][QS]ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ [QE][QS]ହେବ। [QE]
9. [QS]ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, [QE][QS]“ତୁମ୍ଭେ କାହିଁକି ମୋତେ ପାସୋରିଅଛ ? [QE][QS]ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି [QE][QS]ବୁଲୁଅଛି ?” [QE]
10. [QS]ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ [QE][QS]ମୋତେ ତିରସ୍କାର କରନ୍ତି; [QE][QS]କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QE][QS]ପରମେଶ୍ୱର କାହାନ୍ତି ?” [QE]
11. [QS]ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ [QE][QS]ହେଉଅଛ ? [QE][QS]ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? [QE][QS]ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ [QE][QS]ପୁନର୍ବାର ତାହାଙ୍କର ପ୍ରଶଂସା କରିବି, [QE][QS]ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର [QE][QS]ଅଟନ୍ତି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 42 / 150
ଦ୍ୱିତୀୟ ଖଣ୍ଡ
42:1—72:20
ନିର୍ବାସିତର ପ୍ରାର୍ଥନା (1)
1 2 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। *ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି *ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। *ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। 6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। 7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। 8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। 9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?” 10 ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 42 / 150
×

Alert

×

Oriya Letters Keypad References