1. ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି [QBR] ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। [QBR]
2. ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ [QBR] ନିମନ୍ତେ ମୋ’ ପ୍ରାଣ ତୃଷିତ; [QBR] ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? [QBR]
3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ [QBR] ହୋଇଅଛି, [QBR] କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QBR] ପରମେଶ୍ୱର କାହାନ୍ତି ?” [QBR]
4. ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, [QBR] ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ [QBR] ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ [QBR] କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। [QBR]
5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? [QBR] ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? [QBR] ପରମେଶ୍ୱରଙ୍କଠାରେ ଭରସା ରଖ; [QBR] କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର [QBR] ତାହାଙ୍କର ପ୍ରଶଂସା କରିବି। [QBR]
6. ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ [QBR] ଅନ୍ତରରେ ଶୋକାକୁଳ ହେଉଅଛି; [QBR] ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ [QBR] ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। [QBR]
7. ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ [QBR] ଗଭୀରକୁ ଡାକଇ, [QBR] ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। [QBR]
8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ [QBR] କରୁଣା ଆଜ୍ଞା କରିବେ, [QBR] ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ [QBR] ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ [QBR] ହେବ। [QBR]
9. ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, [QBR] “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? [QBR] ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି [QBR] ବୁଲୁଅଛି ?” [QBR]
10. ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ [QBR] ମୋତେ ତିରସ୍କାର କରନ୍ତି; [QBR] କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର [QBR] ପରମେଶ୍ୱର କାହାନ୍ତି ?” [QBR]
11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ [QBR] ହେଉଅଛ ? [QBR] ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? [QBR] ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ [QBR] ପୁନର୍ବାର ତାହାଙ୍କର ପ୍ରଶଂସା କରିବି, [QBR] ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର [QBR] ଅଟନ୍ତି। [PE]