1. {#1ସୁରକ୍ଷା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କିଲ୍। *[PE][PBR]ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ *[PE][QS]ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, [QE][QS]ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ [QE][QS]ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। *[PE][QS]ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ [QE][QS]ସେମାନଙ୍କୁ ରୋପଣ କରିଥିଲ; [QE][QS]ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ [QE][QS]କରିଥିଲ। [QE]
3. [QS]କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର [QE][QS]ପ୍ରାପ୍ତ ହେଲେ ନାହିଁ, [QE][QS]କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା [QE][QS]ନାହିଁ; [QE][QS]ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର [QE][QS]ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା [QE][QS]କରିଥିଲା। [QE]
4. [QS]ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; [QE][QS]ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ। [QE]
5. [QS]ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; [QE][QS]ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ [QE][QS]ଲୋକମାନଙ୍କୁ ଦଳି ପକାଇବା। [QE]
6. [QS]ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, [QE][QS]କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ। [QE]
7. [QS]ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ [QE][QS]ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ। [QE]
8. [QS]ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ [QE][QS]କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [QE][QS][ସେଲା] [QE]
9. [QS]ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ [QE][QS]ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; [QE][QS]ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ। [QE]
10. [QS]ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ [QE][QS]ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ [QE][QS]ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି। [QE]
11. [QS]ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ [QE][QS]ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ [QE][QS]କରିଅଛ। [QE]
12. [QS]ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ [QE][QS]କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ। [QE]
13. [QS]ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ [QE][QS]ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ [QE][QS]ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ। [QE]
14. [QS]ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର [QE][QS]ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ। [QE]
15. [QS]ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, [QE][QS]ଶତ୍ରୁ ଓ ପ୍ରତିହିଂସକ ସକାଶୁ, [QE]
16. [QS]ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ [QE][QS]ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି। [QE]
17. [QS]ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି [QE][QS]ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ [QE][QS]ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ। [QE]
18. [QS]ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ [QE][QS]ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି [QE]
19. [QS]ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, [QE][QS]କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ [QE][QS]ହୋଇ ନାହିଁ। [QE]
20. [QS]ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ [QE][QS]ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ; [QE]
21. [QS]ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ [QE][QS]ନାହିଁ ? [QE][QS]କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି। [QE]
22. [QS]ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ [QE][QS]ହେଉଅଛୁ; [QE][QS]ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ [QE][QS]ହେଉଅଛୁ। [QE]
23. [QS]ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? [QE][QS]ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ। [QE]
24. [QS]ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, [QE][QS]ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ [QE][QS]ହେଉଅଛ ? [QE]
25. [QS]କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; [QE][QS]ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି। [QE]
26. [QS]ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା [QE][QS]ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର। [QE]