1. {ସୁରକ୍ଷା ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ
ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। |
2. ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ
ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ। |
3. କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର
ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା। |
5. ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା;
ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା। |
7. ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ
ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ। |
9. ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ
ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ। |
10. ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ
ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି। |
11. ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ
ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ। |
12. ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ
କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ। |
13. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ
ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ। |
17. ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି
ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ। |